
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୩୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୬୭୧ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଓ ବରଗଡ଼ ଜିଲ୍ଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ମୟୁରଭଂଜ ଓ ସମ୍ବଲପୁର ଜିଲ୍ଲାରେ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଅନ୍ୟପକ୍ଷରେ ଜଗତସିଂହପୁର ଓ ଝାରସୁଗୁଡା ଜିଲ୍ଲାରେ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ବଲାଙ୍ଗୀର, ବୌଦ୍ଧ, ସଂବଲପୁର ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇ ଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଅନୁଗୁଳ, ଦେବଗଡ, ଢେଙ୍କାନାଳ, ଗଂଜାମ, କେନ୍ଦୁଝର, କୋରାପୁଟ ଓ ସୁନ୍ଦରଗଡ ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।