
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୪୫୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮୬୯୪୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୪୮୯୬୦ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୪୨୧୬ ରହିଛି । ଆଜି ଚିହ୍ନଟ ହୋଇଥିବା ୩୪୫୬ ଜଣଙ୍କ ମଧ୍ୟରୁ ୧୯୭୩ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୮୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୪୯୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୭୪ ଜଣ, ବରଗଡ଼ରୁ ୬୯ ଜଣ, ଭଦ୍ରକରୁ ୧୯୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୨୫, କଟକରୁ ୪୮୦ ଜଣ, ଦେବଗଡ ଜିଲ୍ଲାରୁ ୧୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୭ ଜଣ, ଗଜପତି ଜିଲ୍ଲାରୁ ୧୭ , ଗଞ୍ଜାମରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୧ ଜଣ, ଯାଜପୁରରୁ ୨୬୭ ଜଣ, ଝାରସୁଗୁଡ଼ାରୁ ୨୦ଜଣ, କଳାହାଣ୍ଡିରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୩୧ ଜଣ. କେନ୍ଦ୍ରାପଡ଼ାରୁ ୧୪୭ ଜଣ, କେନ୍ଦୁଝରରୁ ୭୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪୯୯ ଜଣ, କୋରାପୁଟରୁ ୮୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୮୦ ଜଣ, ନବରଙ୍ଗପୁରରୁ ୪୨ ଜଣ, ନୟାଗଡ଼ରୁ ୧୨୬ ଜଣ, ନୂଆପଡ଼ାରୁ ୧୬ ଜଣ, ପୁରୀରୁ ୨୮୯ ଜଣ, ରାୟଗଡ଼ାରୁ ୫୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୯ ଜଣ, ସୋନପୁରରୁ ୪୩ ଜଣ, ସୁନ୍ଦରଗଡ଼ରୁ ୯୦ ଜଣ ଓ ଷ୍ଟେଟ୍ ପୁଲରୁ ୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।