ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୩୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୯୧୮ ହୋଇ ଯାଇଛି ।
ହିମାଚଳରେ ୧୮୮ କରୋନାର ନୂଆ ମାମଲା
ସିମଲା, ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୮୮ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । । ଏହା ସହ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୨୭୬ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।