
ନୂଆଦିଲ୍ଲୀ, ୨୧ଜୁନରୁ ସାର୍ବଜନୀନ କୋଭିଡ-୧୯ ଟିକାକରଣର ନୂତନ ପର୍ଯ୍ୟାୟ ଆରମ୍ଭ ହୋଇଛି । ମହାମାରୀକୁ ପ୍ରତିହତ ଏବଂ ପରିଚାଳନା କରିବା ନିମନ୍ତେ ପରୀକ୍ଷା, ଚିହ୍ନଟ, ଚିକିତ୍ସା ଏବଂ କୋଭିଡ ଉପଯୁକ୍ତ ବ୍ୟବହାର ସମେତ ଟିକାକରଣ ହେଉଛି ଭାରତ ସରକାରଙ୍କ ବିସ୍ତୃତ ରଣନୀତିର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ । ସାରା ଦେଶରେ କୋଭିଡ-୧୯ ଟିକାକରଣକୁ ତ୍ୱରାନ୍ୱିତ କରିବା ଏବଂ ଏହାର ପରିସରକୁ ବ୍ୟାପକ କରିବା ଦିଗରେ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ । ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୧୬ ଜାନୁଆରୀ ୨୦୨୧ରେ ରାଷ୍ଟ୍ରବ୍ୟାପୀ କୋଭିଡ-୧୯ ଟିକାକରଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା । ଏହି ଟିକାକରଣ ଅଭିଯାନ ଅଧିକ ସଂଖ୍ୟକ ଟିକା ଉପଲବ୍ଧତା, ଉତମ ଯୋଜନା ପ୍ରସ୍ତୁତି ଲାଗି ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ନିକଟରେ ଅଧିକ ସଂଖ୍ୟକ ଟିକା ଉପଲବ୍ଧ ହେବା ଏବଂ ଟିକା ଯୋଗାଣ ଶ୍ରୁଙ୍ଖଳକୁ ବ୍ୟବସ୍ଥିତ କରିବା ଜରିଆରେ ଗତିଶୀଳ କରାଯାଇଛି । ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶବିଶେଷ ସ୍ୱରୂପ, ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ସଂପୂର୍ଣ୍ଣ ମାଗଣାରେ କୋଭିଡ ଟିକା ଯୋଗାଇଦେବାରେ ସହାୟତା କରୁଛନ୍ତି । ନୂତନ ପର୍ଯ୍ୟାୟ ସାର୍ବଜନୀନ କୋଭିଡ-୧୯ ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ ୭୫ ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି । ବର୍ତର୍ମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୨୯.୩୫ କୋଟି ଡୋଜରୁ ଅଧିକ (୨୯,୩୫,୦୪,୮୨୦) ଟିକା ଉପଲବ୍ଧ କରାଇଛନ୍ତି ।ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୨୭,୨୦,୧୪,୫୨୩ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳମାନଙ୍କ ନିକଟରେ ୨.୧୪ କୋଟି (୨,୧୪,୯୦,୨୯୭) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।ଏହା ବ୍ୟତୀତ, ବର୍ତର୍ମାନ ୩୩,୮୦,୫୯୦ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡିକ ଏହାକୁ ଗ୍ରହଣ କରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO