
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୭୬୧ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଓ ବରଗଡ଼ ଜିଲ୍ଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ ଓ ପୁରୀ ଜିଲ୍ଲାରେ ୪ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ଅନ୍ୟପକ୍ଷରେ ଗଂଜାମ, କେନ୍ଦ୍ରାପଡା ଓ ସୁନ୍ଦରଗଡ ଜିଲ୍ଲାରେ ୩ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ନୟାଗଡ ଓ ସମ୍ବଲପୁର ଜିଲ୍ଲାରେ ୨ ଜଣ ଲେଖାଏଁ ପ୍ରାଣ ହରାଇ ଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଓ ମାଲକାନଗିରି ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।