ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୬୫୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୦୫୯୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୫୩୦୧୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୩୭୭୦ ରହିଛି । ଆଜି ଚିହ୍ନଟ ହୋଇଥିବା ୩୬୫୦ ଜଣଙ୍କ ମଧ୍ୟରୁ ୨୦୯୮ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୫୫୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୬୦୪ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୭୮ ଜଣ, ବରଗଡ଼ରୁ ୪୫ ଜଣ, ଭଦ୍ରକରୁ ୧୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୪୧, କଟକରୁ ୪୮୫ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧୦ ଜଣ, ଗଜପତି ଜିଲ୍ଲାରୁ ୮ , ଗଞ୍ଜାମରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୮ ଜଣ, ଯାଜପୁରରୁ ୩୩୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୩ ଜଣ, କନ୍ଧମାଳ ଜିଲ୍ଲାରୁ ୨୬ ଜଣ. କେନ୍ଦ୍ରାପଡ଼ାରୁ ୧୦୬ ଜଣ, କେନ୍ଦୁଝରରୁ ୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୬୦୪ ଜଣ, କୋରାପୁଟରୁ ୬୭ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୪୫ ଜଣ, ନବରଙ୍ଗପୁରରୁ ୬୯ ଜଣ, ନୟାଗଡ଼ରୁ ୧୨୨ ଜଣ, ନୂଆପଡ଼ାରୁ ୧୦ ଜଣ, ପୁରୀରୁ ୧୮୭ ଜଣ, ରାୟଗଡ଼ାରୁ ୧୦୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୫ ଜଣ, ସୋନପୁରରୁ ୨୨ ଜଣ, ସୁନ୍ଦରଗଡ଼ରୁ ୧୦୬ ଜଣ ଓ ଷ୍ଟେଟ୍ ପୁଲରୁ ୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।