ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୫୧,୬୬୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧,୩୨୯ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୩୪,୪୪୫ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬,୧୨,୮୬୮ ଥିବା ବେଳେ ବର୍ତମାନ ସୁଦ୍ଧା ୩,୯୩,୩୧୦ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୩୫,୭୮୧ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୭,୩୫,୭୮୧ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୩୯,୯୫,୬୮,୪୪୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
ରାଜ୍ୟରେ ଗତ ୨୪ ଘଂଟାରେ କରୋନାରେ ୪୦ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୮୦୧ ହୋଇ ଯାଇଛି ।