ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୭ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୮୪୮ ହୋଇ ଯାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଓ ବରଗଡ ଓ ନୟାଗଡ ଼ ଜିଲ୍ଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ସେହିପରି ପୁରୀ ଜିଲ୍ଲାରେ ୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଗଂଜାମ, ସୁନ୍ଦରଗଡ ଜିଲ୍ଲାରେ ୩-୩ ଜଣ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ୨-୨ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ବାଲେଶ୍ୱର, ଢେଙ୍କାନାଳ, ଗଜପତି ଜଗତସିଂହପୁର, ଝାରସୁଗୁଡା, କଳାହାଣ୍ଡି ଓ ମୟୁରଭଂଜ ଜିଲ୍ଲାରେ ଜଣେ ଜଣେ ସଂକ୍ରମିତ ମୃତ୍ୟୁବରଣ କରିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
Related Stories
May 17, 2024