
ଭୁବନେଶ୍ୱର, ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆଙ୍କ ସୁପାରିସ୍ କ୍ରମେ ନୂଆ ନିଯୁକ୍ତି ଦେଇଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ । ପ୍ରେସ୍ ଇସ୍ତାହାର ଜରିଆରେ ଏନେଇ ସୂଚନା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ରଞ୍ଜନ ମଙ୍ଗରାଜ ସୂଚନା ଦେଇଛନ୍ତି ।ମିଳିଥିବା ସୂଚନା ଅନୁସାରେ ଉପଦେଷ୍ଟା ଭାବେ ଡକ୍ଟର ରାଜଶ୍ରୀ ମଲ୍ଲିକ, ମଞ୍ଜୁଲତା ମଣ୍ଡଳ, ରୀତା ତରାଇ, ଲତିକା ପ୍ରଧାନ, ନନ୍ଦିନୀ ଦେବୀଙ୍କୁ ନିଯୁକ୍ତ କରାଯାଇଛି । ସେହିଭଳି କାର୍ଯ୍ୟକାରୀ ସଭାପତି ଭାବେ ସୁଭାଶିନୀ ଜେନା, ସୁଲତା ଦେଓ ଓ ନିବେଦିତା ମହାନ୍ତିଙ୍କୁ ଦାୟିତ୍ୱ ଦିଆଯାଇଛି ।ବିଜୁ ମହିଳା ଜନତା ଦଳର ସାଧାରଣ ସମ୍ପାଦକ ଭାବେ କସ୍ତୁରୀ ମହାପାତ୍ର, ରାଜ୍ୟ କୋଷାଧ୍ୟକ୍ଷ ଜୟଶ୍ରୀ ଦାସ. ସୋସିଆଲ୍ ମିଡିଆ କୋ-ଅର୍ଡିନେଟର ଭାବେ ମାନସୀ ସୁନ୍ଦରାୟଙ୍କୁ ନିଯୁକ୍ତ କରାଯାଇଛି ।
ସେହିପରି ଭୁବନେଶ୍ୱର, କଟକ, ବାଲେଶ୍ୱର, ସମ୍ବଲପୁର, ବଲାଙ୍ଗିର ଆଦି ୫ଟି ଜୋନରେ ସଭାପତି ସହ କାର୍ଯ୍ୟକାରୀ ସଭାପତି ନିଯୁକ୍ତ କରାଯାଇଛି । ଗଞ୍ଜାମ ଓ କୋରାପୁଟ ଜୋନରେ ସଭାପତି ନିଯୁକ୍ତ କରାଯାଇଛି । ବରିଷ୍ଠ ଉପସଭାପତି ଭାବେ ୯ ଜଣଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଉପସଭାପତି ଭାବେ ୨୭ ଜଣ, ସାଧାରଣ ସମ୍ପାଦକ ଭାବେ ୩୫ ଜଣ, ସମ୍ପାଦକ ଭାବେ ୩୬ ଜଣ, ଯୁଗ୍ମ ସମ୍ପାଦକ ଭାବେ ୨୮ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି ।୩୩ଟି ସାଙ୍ଗଠନିକ ଜିଲ୍ଲାରେ ୩୩ ଜଣଙ୍କୁ ସଭାପତି ଭାବେ ନିଯୁକ୍ତ କରାଯାଇଛି । ବିଜୁ ମହିଳା ଜନତା ଦଳର ଏକଜୁକ୍ୟୁଟିଭ୍ ବଡି ମେମ୍ବର ଭାବେ ୬୯ ଜଣଙ୍କୁ ନିଯୁକ୍ତ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO