ଏନେଇ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ଯୁକ୍ତ ଦୁଇ ପ୍ରଥମ ବର୍ଷରେ ନାମଲେଖା ପାଇଁ ସିଟ୍ ସମସ୍ୟା ଦେଖାଦେବନି । ବଡ଼ ବଡ଼ କଲେଜରେ ପଢିବାକୁ ଛାତ୍ରଛାତ୍ରୀଙ୍କ ଇଚ୍ଛା ରହିଛି । ଆବଶ୍ୟକ ସ୍ଥଳେ ସିଟ୍ ବୃଦ୍ଧି କରାଯିବ । ନାମଲେଖା ପାଇଁ ୬ଲକ୍ଷ ୩ ହଜାର ୧୧୩ ସିଟ୍ ରହିଛି । ତାସହ କଲେଜକୁ ଆଧାର କରି ସିଟ୍ ବୃଦ୍ଧି କରାଯାଇ ପାରେ ବୋଲି କହିଛନ୍ତ ମନ୍ତ୍ରୀ ।
ସିବିଏସ୍ଇ, ଆଇସିଆଇସି ରେଜଲ୍ଟ ବାହାରିବା ପରେ ପିଲାମାନେ ନିଜ ମାର୍କ ଓ ଇଚ୍ଛା ମୁତାବକ ବିଭିନ୍ନ କଲେଜରେ ପଢ଼ିବା ପାଇଁ ଆବେଦନ କରିପାରିବେ ।
ସୂଚନାଯୋଗ୍ୟ, କରୋନା ଯୋଗୁ ଏଥର ମାଟ୍ରିକ୍ ପରୀକ୍ଷା ହୋଇପାରି ନଥିଲା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ ମୂଲ୍ୟାୟନ କରି ଫଳ ପ୍ରକାଶ କରାଯାଇଛି । ଏଥର ୯୭.୮% ଛାତ୍ରଛାତ୍ରୀ ପାସ୍ କରିଛନ୍ତି, ଯାହା ଏକ ରେକର୍ଡ । ଚଳିତ ବର୍ଷ ମୋଟ ୫, ୭୪, ୧୨୫ ପିଲାଙ୍କର ମୂଲ୍ୟାୟନ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୫, ୬୨, ୦୧୦ ଜଣ ପାସ୍ କରିଛନ୍ତି ।