ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୩୩୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୦୪୭୦ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮୬୭୪୦୨ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୨୪୦୪ ରହିଛି । ଆଜି ଚିହ୍ନଟ ହୋଇଥିବା ୩୩୧୯ ଜଣଙ୍କ ମଧ୍ୟରୁ ୧୮୯୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୪୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କଟକ ଜିଲ୍ଲାରେ ସବୁଠାରୁ ଅଧିକ ୫୬୬ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯୭ ଜଣ, ବରଗଡ଼ରୁ ୪୭ ଜଣ, ଭଦ୍ରକରୁ ୧୬୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୬, କଟକରୁ ୫୬୬ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୯ ଜଣ, ଗଜପତି ଜିଲ୍ଲାରୁ ୧୨ , ଗଞ୍ଜାମରୁ ୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୦ ଜଣ, ଯାଜପୁରରୁ ୧୯୪ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩୧ ଜଣ, କନ୍ଧମାଳ ଜିଲ୍ଲାରୁ ୨୩ ଜଣ. କେନ୍ଦ୍ରାପଡ଼ାରୁ ୧୩୪ ଜଣ, କେନ୍ଦୁଝରରୁ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୪୪୦ ଜଣ, କୋରାପୁଟରୁ ୫୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୭୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯୯ ଜଣ, ନବରଙ୍ଗପୁରରୁ ୩୯ ଜଣ, ନୟାଗଡ଼ରୁ ୧୧୧ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୧୭୫ ଜଣ, ରାୟଗଡ଼ାରୁ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୯ ଜଣ, ସୋନପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୩୬ ଜଣ ଓ ଷ୍ଟେଟ୍ ପୁଲରୁ ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।