
ବାରିପଦା, ଓଡ଼ିଶାରୁ ଆଜି ଚିହ୍ନଟ ହୋଇଥିବା ୨,୬୪୦ କରୋନା ପଜିଟିଭ କେଶ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ଗତ ୨୪ ଘଂଟା ମଧ୍ୟରେ ୧୫୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏବଂ ଜିଲ୍ଲାରେ ସଂକ୍ରମିତମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୩୫,୩୦୬ରେ ପହଁଚିଛି । ସେହିପରି ଜୁନ୍ ୨୮ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରୁ ୯୫.୬୭ ପ୍ରତିଶତରୁ ଅଧିକ ହାରରେ ୩୩,୬୨୮ ଜଣ ସୁସ୍ଥ ହୋଇ ଫେରିଥିବା ସମୟରେ ଜୁନ୍ ୨୯ ଅପରାହ୍ନ ସୁଦ୍ଧା ୪.୩୮ ପ୍ରତିଶତ ହାରରେ ୧,୫୪୭ ଜଣ ସକ୍ରିୟ ଥାଇ ବାଙ୍କିଶୋଳ କୋଭିଡ଼ ହସପିଟାଲ, ପିଆରଏମ ମେଡ଼ିକାଲ ସ୍ଥିତ ସ୍ୱତନ୍ତ୍ର ୱାର୍ଡ଼, କୋଭିଡ଼ କେୟାର ସେଂଟର ଓ କଟକ-ଭୁବନେଶ୍ୱର ଆଦିରେ ଚିକିତ୍ସା ହେଉଥିବା ସମୟରେ ଆଜି ଜିଲ୍ଲାରେ ଜଣେ ୭୬ ବର୍ଷିୟା ବୃଦ୍ଧାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ଏବଂ ମୃତ୍ୟୁ ସଂଖ୍ୟା ୦.୩୬ ପ୍ରତିଶତ ହାରରେ ୧୨୮ ରେ ପହଁଚିଛି । ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବାର ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ଜଣାପଡ଼ିଛି । ଏହି ସମୟରେ କେବଳ ଜୁନ୍ ମାସର ୨୯ ଦିନରେ ଜିଲ୍ଲାରୁ ୭,୧୮୭ ଜଣ କୋଭିଡ଼-୧୯ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ବେଳେ ୩୫ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୨୭ ଦିନରେ ୯,୦୮୪ ଜଣ ସୁସ୍ଥ ହୋଇ ଫେରିଛନ୍ତି ।