ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୨,୬୪୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯,୦୬,୪୨୯ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ୮,୭୦,୭୮୭ ରୋଗୀ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ୩୧,୬୧୯ ରହିଛି । ଆଜି ଚିହ୍ନଟ ହୋଇଥିବା ୨,୬୪୦ ଜଣଙ୍କ ମଧ୍ୟରୁ ୧,୫୧୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧,୧୨୩ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୩୬୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୯୭ ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୧୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ବୌଦ୍ଧ ଜିଲ୍ଲାରୁ ୧୯, କଟକରୁ ୨୬୬୬ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ ଜଣ, ଗଜପତି ଜିଲ୍ଲାରୁ ୧୮ , ଗଞ୍ଜାମରୁ ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୩୨ ଜଣ, ଯାଜପୁରରୁ ୧୬୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ. କେନ୍ଦ୍ରାପଡ଼ାରୁ ୫୫ ଜଣ, କେନ୍ଦୁଝରରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୩୬୫ ଜଣ, କୋରାପୁଟରୁ ୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୬୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୫୫ ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ରୁ ୯୨ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୭୮ ଜଣ, ରାୟଗଡ଼ାରୁ ୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୩ ଜଣ, ସୋନପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୨୮ ଜଣ ଓ ଷ୍ଟେଟ୍ ପୁଲରୁ ୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ କରୋନାରେ ୪୦ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୦ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୩୯୭୦ ହୋଇ ଯାଇଛି ।