ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫୩ ହୋଇ ଯାଇଛି ।
କେରଳରେ ଗତ ୨୪ ଘଂଟାରେ ୮,୦୬୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୮,୦୬୩ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୯,୫୯୧ ହୋଇ ଯାଇଛି ।