
ଭୁବନେଶ୍ୱର,ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୦୧୮ ହୋଇ ଯାଇଛି ।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କଟକ ଓ ନୟାଗଡ ଼ ଜିଲ୍ଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଗଂଜାମ ଓ ସୁନ୍ଦରଗଡ ଜିିଲ୍ଲାରେ ୪-୪ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ, ବୌଦ୍ଧ, ଢେଙ୍କାନାଳ ଜିଲ୍ଲାରେ ୩-୩ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ ବାଲେଶ୍ୱର, ଭଦ୍ରକ ଓ ଝାରସୁଗୁଡା ଜିଲ୍ଲାରେ ୨-୨ ଜଣ କରୋନା ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର, କଳାହାଣ୍ଡ,ି କନ୍ଧମାଳ, କୋରାପୁଟ ଓ ପୁରୀ ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୦ ଗିରଫ, ୪୬୧ ବାହନ ଜବତ
ଭୁବନେଶ୍ୱର, ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୦ ଜଣଙ୍କୁ ଗିରଫ ଜବତ କରା ଯାଇଛି । ୪୬୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୩,୭୦,୮୫୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO