
ଭଦ୍ରକ, ଭଦ୍ରକ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୧୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା କରାଯାଉଛି । ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨,୫୫୯ କୁ ବୃଦ୍ଧି ପାଇଛି । ନୂଆ ଚିହ୍ନଟ ଏହି ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାର ୯ ଜଣ ଜିଲ୍ଲା ବାହାରେ ଚିହ୍ନଟ ହୋଇଛନ୍ତି । ଗତକାଲି ସୁଦ୍ଧା ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨, ୩୮୩ ରହିଛି । ସୁସ୍ଥ ହୋଇଛନ୍ତି ମୋଟ୍ ୨୦,୬୭୫ ଜଣ । ସେହିପରି ମୋଟ୍ ମୃତ୍ୟୁ ସଂଖ୍ୟା ୪୮ରେ ପହଂଚିଛି । ଏବେ ଜିଲ୍ଲାରେ ୧୬୩୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।