ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୨୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ।
ସେହିପରି ଆଉ ୪ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନେ ସମସ୍ତେ ପରୁଷ । ସେମାନଙ୍କର ବୟସ ଯଥାକ୍ରମେ ୬୪, ୩୪, ୪୫ ଓ ୬୭ ବର୍ଷ । ତନ୍ମଧ୍ୟରୁ ୬୪ ବର୍ଷିୟ ପୁରୁଷ ଓ ୪୫ ବର୍ଷିୟ ପୁରୁଷ ଉଭୟ ପୂର୍ବରୁ ମଧୁମେହ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୧ ରେ ପହଂଚିଛି ।