ଦେଶବ୍ୟାପୀ ଟିକାକରଣ ଅଭିଯାନର ଅଂଶବିଶେଷ ସ୍ୱରୂପ, ଭାରତ ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ସଂପୂର୍ଣ୍ଣ ମାଗଣାରେ କୋଭିଡ ଟିକା ଯୋଗାଇଦେବାରେ ସହାୟତା କରୁଛନ୍ତି । ନୂତନ ପର୍ଯ୍ୟାୟ ସାର୍ବଜନୀନ କୋଭିଡ-୧୯ ଟିକାକରଣ ଅଭିଯାନରେ କେନ୍ଦ୍ର ସରକାର ଦେଶର ଟିକା ଉତ୍ପାଦନକାରୀମାନଙ୍କ ଠାରୁ ୭୫ ପ୍ରତିଶତ ଟିକା କ୍ରୟ କରି ସେଗୁଡିକୁ ସଂପୂର୍ଣ୍ଣ ମାଗଣାରେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶଗୁଡ଼ିକୁ ଯୋଗାଇ ଦେଉଛନ୍ତି ।ବର୍ତମାନ ସୁଦ୍ଧା ଭାରତ ସରକାର ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡିକୁ ଉଭୟ ବିନା ମୂଲ୍ୟରେ ଏବଂ ରାଜ୍ୟମାନଙ୍କ ଦ୍ୱାରା ପ୍ରତ୍ୟକ୍ଷ କ୍ରୟ ପ୍ରକ୍ରିୟାରେ ୩୧.୮୩ କୋଟି ଡୋଜରୁ ଅଧିକ (୩୧,୮୩,୩୬,୪୫୦) ଟିକା ଉପଲବ୍ଧ କରାଇଛନ୍ତି ।ଏଥିମଧ୍ୟରୁ ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ୩୧,୦୪,୯୧,୫୬୫ ଡୋଜ ଟିକା (ଆଜି ସକାଳ ୮ଟା ସୁଦ୍ଧା ମିଳିଥିବା ତଥ୍ୟ ଅନୁଯାୟୀ) ବିନିଯୋଗ ହୋଇଛି ।ଏବେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳମାନଙ୍କ ନିକଟରେ ୭୮ ଲକ୍ଷ (୭୮,୪୪,୮୮୫) ଡୋଜରୁ ଅଧିକ କୋଭିଡ ଟିକା ବିନିଯୋଗ ହେବା ପାଇଁ ଉପଲବ୍ଧ ରହିଛି ।ଏହା ବ୍ୟତୀତ, ବର୍ତ୍ତମାନ ୧୫,୧୮,୫୬୦ରୁ ଅଧିକ ଡୋଜ ଟିକା ପାଇପଲାଇନରେ ଅଛି ଏବଂ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡିକ ଏହାକୁ ଗ୍ରହଣ କରିବେ ।
Related Stories
November 21, 2024