
ଭୁବନେଶ୍ୱର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ କରୋନାରେ ୪୫ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୧୫୪ ହୋଇ ଯାଇଛି ।ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବରଗଡ ଓ କଟକ ଜିଲ୍ଲାରେ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଢେଙ୍କାନାଳ ଜିଲ୍ଲାରେ ୪ ଜଣ ମୃତ୍ୟବରଣ କରିଛନ୍ତି । କୋରାପୁଟ, ସମ୍ବଲପୁର, ସୁବର୍ଣପୁର ତଥା ସୁନ୍ଦରଗଡ ଜିଲ୍ଲାରେ ୩-୩ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ନୟାଗଡ ଓ ପୁରୀ ଜିଲ୍ଲାରେ ୨-୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତିା ଅନୁଗୁଳ, ଗଂଜାମ, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡା, ମୟୁରଭଂଜ ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO