
ଗଞ୍ଜାମ,ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ଜିଲ୍ଲାରେ ୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି ।ସେହିପରି ଆଉ ୩ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ମୃତକ ମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ମୃତ ଦୁଇ ମହିଳାଙ୍କ ବୟସ ୪୪ ଓ ୬୫ । ମୃତ ପୁରୁଷ ଜଣକ ୩୮ ବର୍ଷିୟ । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୯୪ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୨ ରେ ପହଂଚିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO