
କନ୍ଧମାଳ, କନ୍ଧମାଳ ଜିଲ୍ଲାରେ ଏମସିଏଲର ଆରୋହଣ ଯୋଜନା ଅନ୍ତର୍ଗତ ଜିଲ୍ଲାରେ ଥିବା ୧୯ ଟି ସରକାରୀ ସ୍କୁଲର ଉନ୍ନତିକରଣ ପାଇଁ ୪.୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛି ଏମସିଏଲ । ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏମସିଏଲର ସିଏସଆର ଜେନେରାଲ ମ୍ୟାନେଜର ପି.କେ ଚକ୍ରବର୍ତି ପହଂଚି ଜିଲ୍ଲା ପ୍ରଶାସନ ସହିତ ଏନେଇ ଏକ ଚୁକ୍ତିନାମା ସ୍ୱାକ୍ଷରିତ କରିଛନ୍ତି । ଏହି ଅର୍ଥ ବିଦ୍ୟାଳୟ ଗୁଡିକରେ ଟେବୁଲ୍, ଚେୟାର, ଡ଼େସ୍କ, ଏଲଇଡି ଲାଇଟ୍, ପାଇଖାନା, ଶ୍ରେଣୀ ଗୃହ ଏବଂ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟରେ ବିନିଯୋଗ କରାଯିବ ବୋଲି ଶ୍ରୀ ଚକ୍ରବର୍ତି କହିଛନ୍ତି ।ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କନ୍ଧମାଳ ଜିଲ୍ଲାପାଳ ଡଃ. ବୃନ୍ଦା ଡି, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବିରେନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO