
ଭୁବନେଶ୍ୱର, ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର,ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦିଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ଦିଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିପରି ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଭାଗରେ ବର୍ଷର୍ା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO