
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ର ସରକାର କେବଳ ୧୪ ଫନି ପ୍ରଭାବିତ ଜିଲ୍ଲା ପାଇଁ ଆପ୍ କାର୍ଯ୍ୟକ୍ଷମ କରିଛନ୍ତି । ଅନ୍ୟ ୧୬ ଜିଲ୍ଲା ଏଥିରୁ ବଂଚିତ ହୋଇଛନ୍ତି । ବଂଚିତ ଜିଲ୍ଲା ମଧ୍ୟରେ କେବିକେ ଓ ଆଦିବାସୀ ଏବଂ ଅନ୍ୟାନ୍ୟ ପଛୁଆ ଅଂଚଳର ହିତାଧିକାରୀ ଅଛନ୍ତି । ଏଥିପ୍ରତି ଦୃଷ୍ଟି ଦେବାକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି ପ୍ରଭାବିତ ହୋଇ ନଥିବା ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ ପାଇଁ ଦାବି କରିଛନ୍ତି ନବୀନ ।ଅପରପକ୍ଷରେ ଓଡ଼ିଶାର ହିକାଧିକାରୀଙ୍କ ପାଇଁ ୮ ଲକ୍ଷ ୧୭ ହଜାର ଆବାସ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।