
ଭୁବନେଶ୍ୱର, ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାରା ରାଜ୍ୟ ପାଇଁ ଆଉ ୧ ମାସ ପାଇଁ ଆବାସ ପ୍ଲସ୍ ଆପ୍ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଚିଠିରେ ଅନୁରୋଧ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ର ସରକାର କେବଳ ୧୪ ଫନି ପ୍ରଭାବିତ ଜିଲ୍ଲା ପାଇଁ ଆପ୍ କାର୍ଯ୍ୟକ୍ଷମ କରିଛନ୍ତି । ଅନ୍ୟ ୧୬ ଜିଲ୍ଲା ଏଥିରୁ ବଂଚିତ ହୋଇଛନ୍ତି । ବଂଚିତ ଜିଲ୍ଲା ମଧ୍ୟରେ କେବିକେ ଓ ଆଦିବାସୀ ଏବଂ ଅନ୍ୟାନ୍ୟ ପଛୁଆ ଅଂଚଳର ହିତାଧିକାରୀ ଅଛନ୍ତି । ଏଥିପ୍ରତି ଦୃଷ୍ଟି ଦେବାକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫନି ପ୍ରଭାବିତ ହୋଇ ନଥିବା ଜିଲ୍ଲାର ୬ ଲକ୍ଷ ହିତାଧିକାରୀଙ୍କୁ ସାମିଲ ପାଇଁ ଦାବି କରିଛନ୍ତି ନବୀନ ।ଅପରପକ୍ଷରେ ଓଡ଼ିଶାର ହିକାଧିକାରୀଙ୍କ ପାଇଁ ୮ ଲକ୍ଷ ୧୭ ହଜାର ଆବାସ ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO