
ବାରିପଦା, ଓଡ଼ିଶାରୁ ଅ।ଜି ଚିହ୍ନଟ ହୋଇଥିବା ୨,୮୦୩ କରୋନା ପଜିଟିଭ କେଶ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏବଂ ଜିଲ୍ଲାରେ ସଂକ୍ରମିତମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୩୬,୩୯୯ରେ ପହଁଞ୍ଚିଛି । ସେହିପରି ଜୁଲାଇ ୪ ପର୍ଯ୍ୟନ୍ତ ଜିଲ୍ଲାରୁ ୯୫.୫୪ ପ୍ରତିଶତରୁ ଅଧିକ ହାରରେ ୩୪,୫୯୨ ଜଣ ସୁସ୍ଥ ହୋଇ ଫେରିଥିବା ସମୟରେ ଜୁଲାଇ ୫ ଅପରାହ୍ନ ସୁଦ୍ଧା ୪.୫୯ ପ୍ରତିଶତ ହାରରେ ୧,୬୭୧ ଜଣ ସକ୍ରିୟ ଥାଇ ବାଙ୍କିଶୋଳ କୋଭିଡ଼ ହସପିଟାଲ, ପିଆରଏମ ମେଡ଼ିକାଲ ସ୍ଥିତ ସ୍ୱତନ୍ତ୍ର ୱାର୍ଡ଼, କୋଭିଡ଼ କେୟାର ସେଣ୍ଟର ଓ କଟକ-ଭୁବନେଶ୍ୱର ଆଦିରେ ଚିକିତ୍ସା ହେଉଥିବା ସମୟରେ ଆଜି ଜିଲ୍ଲାରୁ ଜଣେ ୨୭ ବର୍ଷର ଯୁବକ ଓ ଅନ୍ୟଜଣେ ୨୮ ବର୍ଷିୟା ମହିଳାଙ୍କୁ ମିଶାଇ ୨ ଜଣଙ୍କର ମୃତ୍ୟୁ ହୋଇଥିବାର ଜଣାପଡ଼ିଛି । ଆଜକୁ ମିଶାଇ ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୦.୩୭ ପ୍ରତିଶତ ହାରରେ ୧୩୩ ରେ ପହଁଞ୍ଚିଛି । ଅନ୍ୟ କାରଣରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବାର ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ଜଣାପଡ଼ିଛି । ସେହିପରି କେବଳ ଜୁଲାଇ ମାସର ୫ ଦିନରେ ଜିଲ୍ଲାରୁ ୮୭୧ ଜଣ ସଂକ୍ରମିତ ହୋଇଥିବା ବେଳେ ୪ ଜଣ ପୁରୁଷ ଓ ଜଣେ ମହିଳାଙ୍କୁ ମିଶାଇ ୫ ଜଣଙ୍କର ମୃତ୍ୟୁ ହୋଇଥିବାର ଜଣାପଡ଼ିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO