ଆଜି ଚିହ୍ନଟ ହୋଇଥିବା ୨୮୦୩ ଜଣଙ୍କ ମଧ୍ୟରୁ ୧୫୯୭ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୨୦୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୪୭୫ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୯୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୫ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୧୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୨୧, କଟକରୁ ୪୪୧, ଦେବଗଡ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ ଜଣ, ଗଜପତି ଜିଲ୍ଲାରୁ ୧୦ , ଗଞ୍ଜାମରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୧୭ ଜଣ, ଯାଜପୁରରୁ ୧୫୩ ଜଣ, ଝାରସୁଗୁଡ଼ାରୁ ୦୭ ଜଣ, କଳାହାଣ୍ଡିରୁ ୧୫ ଜଣ, କନ୍ଧମାଳ ଜିଲ୍ଲାରୁ ୨୦ ଜଣ. କେନ୍ଦ୍ରାପଡ଼ାରୁ ୧୧୯ ଜଣ, କେନ୍ଦୁଝରରୁ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୪୭୫ ଜଣ, କୋରାପୁଟରୁ ୬୫ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୫୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୯୩ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୧୧୫ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୧୫୪ ଜଣ, ରାୟଗଡ଼ାରୁ ୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୨ ଜଣ, ସୋନପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬୨ ଜଣ ଓ ଷ୍ଟେଟ୍ ପୁଲରୁ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।