
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବରଗଡ, ଗଂଜାମ, କଳାହାଣ୍ଡି. ପୁରୀ ଓ ସୁନ୍ଦରଗଡ ଜିଲ୍ଲାରେ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । କେନ୍ଦ୍ରାପଡା ଜିଲ୍ଲାରେ ୪ ଜଣ ମୃତ୍ୟବରଣ କରିଛନ୍ତି । କଟକ, କନ୍ଧମାଳ,ମୟୁରଭଂଜ, ନୟାଗଡ ଜିଲ୍ଲାରେ ୨-୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତିା ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।