
ଭୁବନେଶ୍ୱର, କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାରୁ ରାଜ୍ୟରେ ଚାଲୁ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍ ସେବା କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି । ତେବେ କୋଭିଡ୍ ସେବା କେନ୍ଦ୍ରରେ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିଲେ ସେମାନେ ସୁସ୍ଥ ହେବା ପର୍ଯ୍ୟନ୍ତ ତାହା ଚାଲୁ ରହିବ । ଏ ସମ୍ପର୍କରେ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରମାନଙ୍କୁ ଏକ ପତ୍ର ଲେଖି ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦିପ୍ତ ମହାପାତ୍ର ।
ଏହି ପତ୍ରରେ ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍ ସେବା କେନ୍ଦ୍ରଗୁଡ଼ିକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଡେଡିକେଟେଡ୍ କୋଭିଡ କେୟାର ସେଂଟର ଓ ଡେଡିକେଟେଡ କୋଭିଡ ହେଲଥ ସେଂଟରଗୁଡ଼ିକ ଖୋଲା ରହିବ ବୋଲି ସ୍ପଷ୍ଟ କରାଯାଇଛି ।
ଅନ୍ୟପକ୍ଷରେ ସରକାରୀ ନିୟମ ଅନୁସାରେ ଘରୋଇ ଡାକ୍ତରଖାନାଗୁଡ଼ିକ ଲକ୍ଷଣଯୁକ୍ତ କୋଭିଡ୍ ଆକ୍ରାନ୍ତମାନଙ୍କୁ ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଦର ଅନୁସାରେ ଚିକିତ୍ସା କରିପାରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO