ନୂଆଦିଲ୍ଲୀ, ଚଳିତ ବର୍ଷ ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କେଉଁଠି ରଥଯାତ୍ରା ଆୟୋଜନ ହୋଇପାରିବ ନାହିଁ । ଅନ୍ୟ ସ୍ଥାନରେ ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ ଆବେଦନକୁ ସୁପ୍ରିମକୋର୍ଟର ଖଣ୍ଡପୀଠ ଖାରଜ କରି ଦେଇଛନ୍ତି ।ମୁଖ୍ୟବିଚାରପତି ଏନ୍.ଭି ରମନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଆବେଦନର ଶୁଣାଣି କରି ଏହି ରାୟ ଦେଇଛନ୍ତି ।