
ବେଲଗୁଣ୍ଠା, ତମ ବନ ମହୋତ୍ସବ ସପ୍ତାହର ଷଷ୍ଠ ଦିନରେ ବେଲଗୁଣ୍ଠା ବ୍ଳକ୍ ର କୁମୁଣ୍ଡି ଏବଂ ଖଇରପୁଟି ବିଦ୍ୟାଳୟରେ ବୃକ୍ଷରୋପଣ ଏବଂ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I କୁମୁଣ୍ଡି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶିଶିର କୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସହକାରୀ ଶିକ୍ଷକ ଜଗନ୍ନାଥ ପାଇକ, ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଭିକାରୀ ମହାରଣା ଏବଂ ପୁରାତନ ଛାତ୍ର ବଳରାମ ରାଉତ ସହଯୋଗ କରିଥିଲେ I ଭ୍ରାମ୍ୟମାଣ ଚାରା ବିତରଣ ଯାନ ଦ୍ୱାରା ବିଦ୍ୟାଳୟକୁ ବିଭିନ୍ନ ଚାରା ଯୋଗାଇ ଦିଆଯାଇଥିଲା I ଖଇରପୁଟି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଗାୟତ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ କୁମର ବେହେରା ଏବଂ ଗଞ୍ଜାମ ଜିଲ୍ଲା ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୂଳପାଣି ଶତପଥୀ ଅତିଥି ଭାବେ ଯୋଗ ଦେଇ ବୃକ୍ଷରୋପଣ ଏବଂ ଏହାର ସୁରକ୍ଷା ସମ୍ପର୍କରେ ସଚେତନ କରିଥିଲେ I ସେହିପରି ନୁଣିପଡ଼ା ଶାସନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜୁକ୍ତା ମିଶ୍ରଙ୍କ ଅଧ୍ୟକ୍ଷତାରେ ଏବଂ କେନ୍ଦ୍ରୀୟ ବନାଞ୍ଚଳ ଅଧିକାରୀ ଶ୍ରୀ ବେହେରା ଓ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶ୍ରୀ ଶତପଥୀଙ୍କ ଉପସ୍ଥିତିରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲେ I ଉଭୟ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ସମସ୍ତ ତିନି ବିଦ୍ୟାଳୟରେ ଗାଙ୍ଗପୁର ବନପାଳ ଜି.ଭେଙ୍କଟ ରାଓ ଦୋରାଙ୍କ ସମେତ ଏଫ୍ଏମୟୁ ସଂଯୋଜକ ପ୍ରଶାନ୍ତ କୁମାର ସାହୁ, ସନ୍ତୋଷ କୁମାର ଡାକୁଆ ଏବଂ ଫରେଷ୍ଟ ସ୍କ୍ଵାଡ୍ ଶିବରାମ୍ ଓ ଲମ୍ବୋଦର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ I
ରିପୋର୍ଟ-ଶିବରାମ ଚୌଧୁରୀ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO