ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮୪୧୮କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮୪୧୮ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୭୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି। ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୩,୫୩୧ ହୋଇଛି।
ଝାରଖଣ୍ଡରେ କରୋନାର ୫୫ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୫ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୫୫ ହୋଇଛି।
ଆସାମରେ କରୋନାର ୨,୪୩୩ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨,୪୩୩ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨୨,୮୪୮ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି।