ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆ ଯାଇଛି ।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବରଗଡ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରେ ଜିଲ୍ଲାରେ ୫ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଗଂଜାମ ନୟାଗଡ, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରେ ୪-୪ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତିା କଳାହାଣ୍ଡି, କେନ୍ଦ୍ରାପଡା ଓ ନବରଂଗପୁର ଜିଲ୍ଲାରେ ୩-୩ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଯାଜପୁର, ମୟୁରଭଂଜ, କଟକ ଜିଲ୍ଲାରେ ୨-୨ ଜଣ ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର, ଅନୁଗୁଳ ଓ କୋରାପୁଟ ଜିଲ୍ଲାରେ ଜଣେ –ଜଣେ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।