ଗଞ୍ଜାମ, ଗଞ୍ଜାମ ଜିଲ୍ଲାରେ ଗତ ୨୪ ଘଂଟା ମଧ୍ୟରେ ନୂଆ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଆକ୍ରାନ୍ତ ମାନଙ୍କୁ କୋଭିଡ଼୍ ହସ୍ପିଟାଲ ଓ ହୋମ୍ ଆଇସୋଲେସନ ରଖାଯାଇ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି । ଗତକାଲି ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି ।ସେହିପରି ଆଉ ୫ ଜଣ ଆକ୍ରାନ୍ତଙ୍କ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଥିବା ନେଇ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୧୧୦ କୁ ବୃଦ୍ଧି ପାଇଛି । ଏଥି ସହ ଜିଲ୍ଲାରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୮ ରେ ପହଂଚିଛି ।
Related Stories
November 24, 2024
November 24, 2024