
ବେଲଗୁଣ୍ଠା-ବେଲଗୁଣ୍ଠା ସହର ସ୍ଥିତ ବାଲିଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଞ୍ଜିତ କୁମାର ସାମଲଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବେଲଗୁଣ୍ଠା ବ୍ଳକ୍ ଏବିଡିଓ ପୁର୍ଣ୍ଣଚନ୍ଦ୍ର ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।ସମ୍ମାନୀତ ଅତିଥି ଭାବରେ ଉଢୁରା କ୍ଳଷ୍ଟର ସି.ଆର୍.ସି.ସି ମୃତ୍ୟୁଞ୍ଜୟ ବେହେରା, ପରିଚାଳନା ଉପଦେଷ୍ଟା ସୁରେନ୍ଦ୍ର ସାମଲ,ବରିଷ୍ଠ ଶିକ୍ଷକ ଦୀପ୍ତି ରଞ୍ଜନ ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ଓ ଜୋତା ବିତରଣ କରିଥିଲେ ।କୋଭିଡ ମାର୍ଗଦର୍ଶିକା ଅନୁଯାୟୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ କବିତା ଦେବୀ ସଂଯୋଜନା କରିଥିଲେ ।କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀସବିତା ଦେବୀ ପାଠୀ,ବିଜୟଲକ୍ଷ୍ମୀ ଦାସ,ସୁମତୀ ପାଣିଗ୍ରାହୀ, ସ୍ୱପ୍ନା ଖଡଗରାୟ ପ୍ରମୁଖ ଉପସ୍ଥିତ ରହି ପରିଚାଳନା କରିଥିଲେ ।
ରିପୋର୍ଟ-ଶିବରାମ ଚୌଧୁରୀ
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO