
ବେଲଗୁଣ୍ଠା, ତମ ବନ ମହୋତ୍ସବ ସପ୍ତାହର ଅବସରରେ ଆଜି ଗାଙ୍ଗପୁର ଥାନା ଅନ୍ତର୍ଗତ କେନ୍ଦୁପଦର ସ୍ଥିତ ପ୍ରଗତି ବିଦ୍ୟାପୀଠରେ ବୃକ୍ଷରୋପଣ ଏବଂ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆସ୍କା ପଞ୍ଚାୟତ ସମିତି ଅଧ୍ୟକ୍ଷ ହରେକୃଷ୍ଣ ମଲ୍ଲିକ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଯୁବ ସମାଜସେବୀ ଭବାନୀ ଶଙ୍କର ମଲ୍ଲିକ, ସଂସ୍କୃତ ଶିକ୍ଷକ ସୁରେନ୍ଦ୍ର ପାତ୍ର, ଗାଙ୍ଗପୁର ବନପାଳ ଜି ଭେଙ୍କଟ ରାଓ ଦୋରା ପ୍ରମୁଖ ଯୋଗ ଦେଇ ବିଦ୍ୟାପୀଠ ପରିସରରେ ଚାରା ରୋପଣ କରିଥିଲେ I କର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଜାତୀୟ ସବୁଜ ବାହିନୀ ସହଯୋଗ କରିଥିଲେ I ବନ କର୍ମଚାରୀ ମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ I
ରିପୋର୍ଟ-ଶିବରାମ ଚୌଧୁରୀ