
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୫୮ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ତେବେ ଏହି ମୃତ୍ୟୁ ସଂଖ୍ୟା ରିଏଲ ଟାଇମ ନୁହେଁ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୪୫୩୪ ହୋଇ ଯାଇଛି ।ଗତ ୨୪ ଘଂଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଅପରପକ୍ଷରେ ବରଗଡ଼ ଓ ପୁରୀ ଜିଲ୍ଲାରୁ ୭ ଜଣ ଲେଖାଏଁ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ସମ୍ବଲପୁରରୁ ୪, କେନ୍ଦ୍ରାପଡ଼ାରୁ ୩, କଟକ, ଢେଙ୍କାନାଳ, କେନ୍ଦୁଝର ଓ ନୟାଗଡ଼ରୁ ୨ ଜଣ ଲେଖାଏଁ ଏବଂ ଅନୁଗୁଳ, ଗଜପତି, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି ।ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO