
ଆଜି ଚିହ୍ନଟ ହୋଇଥିବା ୨୩୩୪ ଜଣଙ୍କ ମଧ୍ୟରୁ ୧୩୪୨ ଜଣ ସଂଗରୋଧରୁ ହୋଇଥିବା ବେଳେ ୯୯୨ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୫୨୯ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬୪ ଜଣ, ବରଗଡ଼ରୁ ୧୭ ଜଣ, ଭଦ୍ରକରୁ ୧୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୩, କଟକରୁ ୩୭୧, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ ଜଣ, ଗଜପତି ଜିଲ୍ଲାରୁ ୨ , ଗଞ୍ଜାମରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୧୦୧ ଜଣ, ଯାଜପୁରରୁ ୧୭୯ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୯ ଜଣ, କନ୍ଧମାଳ ଜିଲ୍ଲାରୁ ୨୯ ଜଣ. କେନ୍ଦ୍ରାପଡ଼ାରୁ ୧୯୬ ଜଣ, କେନ୍ଦୁଝରରୁ ୫୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୩୮୦ ଜଣ, କୋରାପୁଟରୁ ୧୯ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୦୪ ଜଣ, ନବରଙ୍ଗପୁରରୁ ୦୭ ଜଣ, ନୟାଗଡ଼ରୁ ୯୪ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୦୬ ଜଣ, ରାୟଗଡ଼ାରୁ ୩୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୮୭ ଜଣ ଓ ଷ୍ଟେଟ୍ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।