
ଝାରଖଣ୍ଡରେ କରୋନାର ୫୨ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୫୨ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୯ହୋଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୪୨,୭୬୬ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୪୨,୭୬୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୧,୨୦୬ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୭,୯୫,୭୧୬ ପହଂଚିଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୫୫,୦୩୩ ଥିବା ବେଳେ ବର୍ତମାନ ସୁଦ୍ଧା ୪,୫୫,୦୩୩ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୫୫,୨୨୫ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୯,୫୫,୨୨୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୨,୯୦,୪୧,୯୭୦ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା