
ଇମ୍ଫାଲ,ମଣିପୁରରେ ଗତ ୨୪ ଘଂଟାରେ ୭୮୮ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ୨୬୮୦ ସକ୍ରିୟ ମାମଲା ରହିଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୫୦୪ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୫୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୪୮୪ହୋଇଛି ।