-
ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ହେବ ସମର୍ପିତ: ପ୍ରଣବ

ଭୁବନେଶ୍ୱର, ଆଜି ପବିତ୍ର ରଥଯାତ୍ରାରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ନୂତନ କାର୍ଯ୍ୟାଳୟ ପାଇଁ ଭିତିପ୍ରସ୍ତର ସ୍ଥାପନ କରିଛନ୍ତି । ସେ ଏହି ଅବସରରେ କହିଛନ୍ତି ଯେ ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ । ଏହା କେବଳ ଦଳୀୟ କାର୍ଯ୍ୟାଳୟ ହେବ ନାହିଁ, ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ । ଓଡ଼ିଶା ସ୍ୱାଭିମାନର ଜାଗ୍ରତ ପ୍ରହରୀ ଭାବେ ମଧ୍ୟ ଏହା କାର୍ଯ୍ୟ କରିବ ।ସମସ୍ତଙ୍କ ବିପୁଳ ସମର୍ଥନ ଯୋଗୁଁ କୋଟିଏରୁ ଅଧିକ ସଦସ୍ୟ ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି । ଦଳର ଯୁବ ଓ ଛାତ୍ର ଶ୍ରମଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଏହା ମାଧ୍ୟମରେ ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ଆହ୍ୱାନ କରୁଛି ।ଏହି ଶୁଭ ଅବସରରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ପଦକ୍ଷେପକୁ ଦଳର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ଯେ ପ୍ରତ୍ୟେକ ବିଜେଡ଼ି ସଦସ୍ୟ ଏବଂ ପ୍ରେମୀଙ୍କ ତରଫରୁ ମୁଁ କୃତଜ୍ଞତା ଓ ଅଭିନନ୍ଦନ ଜଣାଉଛି । ଦଳର ଯୁବ ଓ ଛାତ୍ର ଶ୍ରମ ଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ୍ ହେବେ । ଏହା ମାଧ୍ୟମରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତା ନିଜକୁ ସମର୍ପିତ କରିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO