
ଆଜି ଚିହ୍ନଟ ହୋଇଥିବା ୧୯୯୩ ଜଣଙ୍କ ମଧ୍ୟରୁ ୧୧୫୪ ଜଣ ସଂଗରୋଧରୁ ହୋଇଥିବା ବେଳେ ୮୩୯ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୩୦ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଦ୍ଧାରୁ ସବୁଠାରୁ ଅଧିକ ୩୨୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣା ପଡିଛି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୮୧ ଜଣ, ବରଗଡ଼ରୁ ୧୯ ଜଣ, ଭଦ୍ରକରୁ ୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ବୌଦ୍ଧ ଜିଲ୍ଲାରୁ ୧୦, କଟକରୁ ୨୯୭, ଦେବଗଡ ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ ଜଣ, ଗଜପତି ଜିଲ୍ଲାରୁ ୫ , ଗଞ୍ଜାମରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁର ଜିଲ୍ଲାରୁ ୮୯ ଜଣ, ଯାଜପୁରରୁ ୧୪୧ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୧୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୩ ଜଣ. କେନ୍ଦ୍ରାପଡ଼ାରୁ ୨୯ ଜଣ, କେନ୍ଦୁଝରରୁ ୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧାରୁ ୩୨୨ ଜଣ, କୋରାପୁଟରୁ ୩୧ ଜଣ ସଂକ୍ରମିତ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୪୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୧୦ ଜଣ, ନବରଙ୍ଗପୁରରୁ ୧୫ ଜଣ, ନୟାଗଡ଼ରୁ ୭୮ ଜଣ, ନୂଆପଡ଼ାରୁ ୦୬ ଜଣ, ପୁରୀରୁ ୧୪୪ ଜଣ, ରାୟଗଡ଼ାରୁ ୨୪ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୧୪ ଜଣ, ସୋନପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୭୫ ଜଣ ଓ ଷ୍ଟେଟ୍ ପୁଲରୁ ୫୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।