
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୭,୧୫୪ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୭୨୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ କରୋନା ରୋଗୀଙ୍କ ସଂଖ୍ୟା ବଢି ୩,୦୮,୭୪,୩୭୬ ହୋଇ ଯାଇଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୫୦,୮୯୯ ଥିବା ବେଳେ ବର୍ତମାନ ସୁଦ୍ଧା ୪,୦୮,୭୬୪ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୩୨,୩୪୩ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୧୪,୩୨,୩୪୩ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୪୩,୨୩,୧୭,୮୧୩ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା