
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ସବୁଠାରୁ ଅଧିକ୧୩ ଜଣଙ୍କର ମୃତ୍ୟୁ ଘଟିଛି । ବରଗଡ ଜିଲ୍ଲାରେ ୭, ମୟୁରଭଂଜ ଜିଲ୍ଲାରେ ୬ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଗଂଜାମ, ପୁରୀ ଜିଲ୍ଲାରେ ୫-୫ ସଂକ୍ରମିତ ମୃତ୍ୟୁବରଣ କରିଥିବା ବେଳେ ଢେଙ୍କାନାଳ, କେନ୍ଦ୍ରାପଡା ଜିଲ୍ଲାରେ ୪ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି । ବୌଦ୍ଧ, ନୟାଗଡ ଓ ଯାଜପୁର ଜିଲ୍ଲାରେ ୩-୩ ଜଣ, ବାଲେଶ୍ୱର, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରେ ୨-୨ ଜଣ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳ, ବଲାଙ୍ଗୀର, ଗଜପତି. କନ୍ଧମାଳ ଜିଲ୍ଲାରେ ୧-୧ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ଯେ ପ୍ରତ୍ୟେକ ଦିନ ଆସୁଥିବା ମୃତ୍ୟୁ ସଂଖ୍ୟା ସେହି ନିର୍ଦିଷ୍ଟ ଦିନର ନୁହେଁ । ବିଭିନ୍ନ ସ୍ତରରେ ଅଡିଟ କରା ଯାଇ ମୃତ୍ୟୁ ସଂଖ୍ୟା ଘୋଷଣା କରା ଯାଉଥିବା ବିଭାଗ ପକ୍ଷରୁ କୁହା ଯାଇଛି ।