
ଭୁବନେଶ୍ୱର, ପେଟ୍ରୋଲ ଡିଜେଲ ଓ ରନ୍ଧନ ଗ୍ୟାସ୍ ଆଦି ଅତ୍ୟାବଶ୍ୟକୀୟ ସାମଗ୍ରୀ ର ଦର ବୃଦ୍ଦଇ ପ୍ରତିବାଦରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ଠାରେ ଏକ ବିଶାଳ ସାଇକେଲ ରାଲି କରାଯିବ । ଏହି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।
ତୈଳ ଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ ତାରିଖରେ ବାମଦଳ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ସମର୍ଥନ କରିବ କଂଗ୍ରେସ । ଏହାଛଡ଼ା ଜୁଲାଇ ୧୫ ତାରିଖରେ ଡିଜେଲ, ପେଟ୍ରୋଲ ନ କିଣିବାକୁ ଲୋକଙ୍କୁ ଅପିଲ କରିଛନ୍ତି ପିସିସି ସଭାପତି । ଆସନ୍ତା ୧୭ ତାରିଖରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଦସ୍ତଖତ ସଂଗ୍ରହ କରି କେନ୍ଦ୍ର ସରକାରଙ୍କୁ ପାଖରେ ଦାଖଲ କରାଯିବ ବୋଲି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।