
ଭୁବନେଶ୍ୱର, ରାଜ୍ୟରେ ଗତ କିଛି ଦିନର ସଂକ୍ରମଣ ସଂଖ୍ୟାକୁ ତୁଳନା କଲେ ବର୍ତମାନର ସଂଖ୍ୟା କମି କମି ଆସୁଛି । କଟକ ଓ ଖୋର୍ଦ୍ଧା ସମେତ କିଛି ଜିଲ୍ଲାକୁ ସେଥିପାଇଁ ସ୍ୱତନ୍ତ୍ର ଫୋକସ ଦିଆଯାଉଛି ବୋଲି ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି । ପ୍ରତ୍ୟେକ ଦିନର ସଂକ୍ରମଣ ହାର ଅନ୍ୟାନ୍ୟ ତଥ୍ୟକୁ ସମୀକ୍ଷା କରାଯାଉଛି ଓ ସେହି ଅନୁସାରେ ଅନଲକ ନେଇ ସରକାର ନିଷ୍ପତି ବେବେ । ସଂକ୍ରମଣ କମୁଥିବାରୁ ଲୋକ ଢିଲା ପଣ ହେବା ଅନୁଚିତ । କାରଣ ଢ଼ିଲାପଣ ହେଲେ ସ୍ଥିତି ଆଗକୁ ଆହୁରି ଗମ୍ଭୀର ହୋଇପାରେ ।
କିନ୍ତୁ ସଂକ୍ରମଣ ବଢୁଥିବା ରାଜ୍ୟରୁ ଆସୁଥିବା ଲୋକମାନଙ୍କ ଉପରେ କଟକଣା ରହିବା ଦରକାର । କେନ୍ଦ୍ର ସରକାର ଏହା ଉପରେ ଆବଶ୍ୟକ ପଦକ୍ଷେପ ନେବା ଦରକାର । ଯେଉଁ ମାନେ ଆସୁଛନ୍ତି ତାଙ୍କ କ୍ୱାରେଂଟାଇନ କରିବା ସହ ତାଙ୍କ ଉପରେ ନଜର ରହିବ । ଯେଉଁମାନେ ସଂକ୍ରମଣ ବଢୁଥିବା ରାଜ୍ୟରୁ ଫେରୁଥିବା ଲୋକମାନେ ପୁଣି ଥରେ ବିପଦ ସୃଷ୍ଟି କରିବାର ଯଥେଷ୍ଟ ସମ୍ଭାବନା ରହିଛି । ପୂର୍ବରୁ ସୀମାନ୍ତ ଜିଲ୍ଲା ଓ ବିଶେଷ ପ୍ରଭାବିତ ରାଜ୍ୟରୁ ଫେରିଥିବା ଲୋକମାନେ ସଂକ୍ରମଣ ବଢାଇଥିଲେ । ତେଣୁ ଆମକୁ ସଚେତନ ରହିବା ଦରକାର ନ ହେଲେ ବିପଦ ପୁଣି ବଢ଼ିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO