
ନୂଆଦିଲ୍ଲୀ/ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଦିନ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କରିଛନ୍ତି । ନୂଆ ମନ୍ତ୍ରଣାଳୟ ପାଇବା ପରେ ପ୍ରଥମ ଥର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ତାଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଭାବେ ନବନିଯୁକ୍ତ ଡା. ସୁବାଷ ସରକାର, ଅନ୍ନପୂର୍ଣ୍ଣା ଦେବୀ, ରାଜକୁମାର ରଞ୍ଜନ ସିଂହ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି । ଶିକ୍ଷା ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ ରାଷ୍ଟ୍ରପତିଙ୍କ ନିରନ୍ତର ସମର୍ଥନ ଏବଂ ମାର୍ଗଦର୍ଶନ ଲୋଡ଼ିଥିଲେ ।