
ଭୁବନେଶ୍ୱର, ଡିଜେଲ, ପେଟ୍ରୋଲ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ବିରୋଧରେ ୪ଟି ବାମପନ୍ଥୀ ଦଳ ତରଫରୁ ଆସନ୍ତା ୧୫ ତାରିଖ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ୬ ଘଂଟିଆ ଓଡ଼ିଶା ବନ୍ଦ ଡାକରାକୁ ସମର୍ଥନ କରି ଏହାକୁ ସଫଳ କରିବା ପାଇଁ ଆଜି ରାଜଧାନୀ ଭୁବନେଶ୍ୱରରେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମଙ୍ଗଳବାର ପୂର୍ବାହ୍ନରେ ସିପିଆଇ, ଏଆଇଟିୟୁସି, ବିକେଏମ୍ୟୁ ଓ ଏଆଇକେଏସ୍ର କର୍ମୀମାନେ ଭଗବତୀ ଭବନଠାରୁ ଏକ ଶୋଭାଯାତ୍ରାରେ ବାହାରିଥିଲେ । ସେମାନେ ରାଜମହଲ ଛକ ଓ ମାଷ୍ଟରକ୍ୟାଂଟିନ ସମେତ ସମଗ୍ର ଅଶୋକନଗର ଅଂଚଳ ପରିକ୍ରମା କରି ଓଡ଼ିଶା ବନ୍ଦକୁ ସଫଳ କରିବା ପାଇଁ ବିଭିନ୍ନ ସ୍ଲୋଗାନମାନ ଦେଇଥିଲେ ।
ବିକେଏମୟୁର ରାଜ୍ୟ ସମ୍ପାଦକ ସୁର ଜେନା, ଏଆଇଟିୟୁସି ରାଜ୍ୟ ଉପସାଧାରଣ ସମ୍ପାଦକ ବିଜୟ ଜେନା ଓ ସିପିଆଇ ନେତା ଜୟନ୍ତ ଦାସ ଶୋଭାଯାତ୍ରାକାରୀମାନଙ୍କୁ ଉଦ୍ବୋଧନ ଦେଇ କରୋନା ମହାମାରୀ ସମୟରେ ଗରିବ ଓ ମଧ୍ୟବିତଙ୍କ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଥିବାବେଳେ ଏହି ଦରବୃଦ୍ଧି ବେଡ଼ି ଉପରେ କୋରଡ଼ା ମାଡ଼ ବୋଲି ମତବ୍ୟକ୍ତ କରି ଏହାର ପ୍ରତିବାଦରେ ରାଜ୍ୟବାସୀ ସ୍ୱତଃସ୍ଫୁର୍ତ ଭାବରେ ଓଡ଼ିଶା ବନ୍ଦକୁ ସମର୍ଥନ କରିବା ପାଇଁ ନିବେଦନ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ କୈଳାସ ପୁହାଣ, ଡାକ ହେମ୍ବ୍ରମ୍, ପାର୍ବତୀ ଲାଗୁରି, କୁନା ଜାଲି ଓ ପଂଚାନନ ସାହୁ ପ୍ରମୁଖ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO