ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୩୧,୪୪୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ମୋଟ ୨,୦୨୦ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଏହା ସହିତ କରୋନା ରୋଗୀଙ୍କ ସଂଖ୍ୟା ବଢି ୩,୦୦,୬୩,୭୨୦ ହୋଇ ଯାଇଛି ।ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪,୩୨,୭୭୮ ଥିବା ବେଳେ ବର୍ତମାନ ସୁଦ୍ଧା ୪,୧୦,୭୮୪ ଜଣ ମୃତ୍ୟୁ ବରଣ କରିଛନ୍ତି ।