
ପୁରୀ,କରୋନା ମହାମାରୀକୁ ଦୃଷ୍ଟିରେ ରଖି ରଥଯାତ୍ରା ନିମନ୍ତେ ଆସନ୍ତା ୧୩ ତାରିଖ ସନ୍ଧ୍ୟା ୮ ଟା ପର୍ଯ୍ୟନ୍ତ ପୂର୍ବରୁ ଜାରିଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି । ମାତ୍ର କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ଯ୍ୟନ୍ତ ଏହି କଟକଣା ଆସନ୍ତା ୧୪ ତାରିଖ ସକାଳ ୬ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ । ଶ୍ରୀ ଜୀଉ ମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ନିମନ୍ତେ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ଯ୍ୟାଳୟ ବନ୍ଦ ରହିବ । ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ବୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ । ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO