
ତେଲେଙ୍ଗାନାରେ ଗତ ୨୪ ଘଂଟାରେ କରୋନାର ୭୬୭ ନୂଆ ମାମଲା
ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୭୬୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୬୪ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୨,୫୦୫ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୨,୫୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୧,୨୧୮ହୋଇଛି ।
ଆସାମରେ କରୋନାର ୨,୧୬୯ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୨,୧୬୯ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୨୦,୨୮୪ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।